ପୁଣି ସୁସ୍ଥ ହେଲେ ୬୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୧୪, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ, ଭଦ୍ରକରୁ ୮, କେନ୍ଦୁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଦ୍ଧାରୁ ୩, ବାଲେଶ୍ୱର ଓ ଯାଜପୁରରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।