ପୁଣି ୬୭ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଂଚିଲା

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୬୬୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬୫ଜଣ ସଙ୍ଗରୋଧ କେନ୍ଦ୍ରର ଥିବା ବେଳେ ୨ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ରହିଥିବାବେଳେ ଯାଜପୁର ,ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରୁ ୧୩ ଜଣ ଲେଖାଏଁ ସଂକ୍ରମିତ ଅଛନ୍ତି। ଜଗତସିଂହପୁର, ସମ୍ବଲପୁର ଓ ବଲାଙ୍ଗୀରରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲାରୁ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୦ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।