ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ୬୭ଜଣଙ୍କ ମଧ୍ୟରୁ ୬୦ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୪ଜଣ ହୋମ୍ କ୍ୱାରେନଟାଇନରେ ଏବଂ ୩ଜଣ ସ୍ଥାନୀୟ ଲୋକ ଅଛନ୍ତି। ଆଜି ପୁରୀ ଜିଲ୍ଲାରୁ ସର୍ବାଧିକ ୧୬, ନୟାଗଡ଼ ଜିଲ୍ଲାରୁ ୧୨, ବଲାଙ୍ଗୀର ଓ ଗଞ୍ଜାମ ଜିଲ୍ଲାରୁ ୭ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ୬, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୩, ମାଲକାନଗିରି ଓ କଟକ ଜିଲ୍ଲାରୁ ୨ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଜଗତସିଂହପୁର, ଢେଙ୍କାନାଳ ଓ ନୂଆପଡ଼ା ଆଜି ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।