କରୋନା ନେଲା ଆଉ ଏକ ଜୀବନ; ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳୁ ସବୁଠୁ ବଡ଼ ଖବର ଆସି ପହଂଚିଛି । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି । ମୃତକ ହେଲେ ୫୫ବର୍ଷୀୟ ପୁରୁଷ । ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ରାଜ୍ୟରେ ଆଜି ୧୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ, ପୂର୍ବରୁ ୯ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଥିଲା । ସେମାନଙ୍କ ମଧ୍ୟରେ ୪ଜଣ ଖୋର୍ଦ୍ଧାର ଓ ୪ଜଣ ଗଞ୍ଜାମ ଜିଲ୍ଲାର ଥିଲେ ଓ ଅନ୍ୟ ଜଣେ କଟକରୁ । । ପୁଣି ଗଞ୍ଜାମରେ ଆଜି ଜଣେ ସଂକ୍ରମଣରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି ।