ଆଇଏମ୍‌ଡିର ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ମୃତ୍ୟୁଞ୍ଜୟ ମହାପାତ୍ର

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ(ଆଇଏମ୍‌ଡି) ଭାବେ ଦାୟିତ୍ୱ ନେଇଛନ୍ତି ବିଶିଷ୍ଟ ପାଣିପାଗ ବିଜ୍ଞାନୀ ତଥା ଓଡ଼ିଆ ବୈଜ୍ଞାନିକ ମୃତ୍ୟୁଞ୍ଜୟ ମହାପାତ୍ର। ସେ ଆସନ୍ତା ୫ ବର୍ଷ ପାଇଁ ଏହି ଦାୟିତ୍ୱ ତୁଲାଇବେ।

ବୈଜ୍ଞାନିକ ମୃତ୍ୟୁଞ୍ଜୟ ମହାପାତ୍ର ଫାଇଲିନ୍, ହୁଡହୁଡ୍, ତିତଲି ଏବଂ ଫୋନି ବାତ୍ୟାର ଲ୍ୟାଣ୍ଡଫଲ ଓ ବେଗ ସମ୍ପର୍କରେ ସଠିକ୍‌ ଆକଳନ କରି ସେ ସମସ୍ତର ବିଶ୍ୱାସଭାଜନ ହୋଇପାରିଥିଲେ। ଫଳରେ ସେହି ସବୁ ବାତ୍ୟାରେ ଧନଜୀବନ ହାନିକୁ ରୋକିବା ସମ୍ଭବ ହୋଇପାରିଥିଲା।

ଓଡ଼ିଶାର ଭଦ୍ରକ ଜିଲ୍ଲା ଘଣ୍ଟେଶ୍ୱରରେ ଜନ୍ମିତ ଶ୍ରୀଯୁକ୍ତ ମହାପାତ୍ର ଆଇଆଇଟି ଦିଲ୍ଲୀର ଛାତ୍ର। ସେ ଘଣ୍ଟେଶ୍ୱରସ୍ଥିତ ଏସି ହାଇସ୍କୁଲରେ ପାଠ ପଢ଼ିଥିଲେ।