ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଧୋନିଙ୍କ ଅବସର

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି । ଆଜି ସାରା ଦେଶ ୭୪ ତମ ସ୍ୱାଧୀନତା ଦିବସ ପାଳନ କରୁଥିବାବେଳେ ଭାରତୀୟ କ୍ରିକେଟର ସବୁଠାରୁ ଲୋକପ୍ରିୟ କ୍ରିକେଟିୟରଙ୍କ ମଧ୍ୟରେ ଅନ୍ୟତମ ଧୋନି ସବୁପ୍ରକାରର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ।

ତାଙ୍କୁ ଭାରତୀୟ କ୍ରିକେଟ ଦଳର ସଫଳତମ ଅଧିନାୟକ ବୋଲି କୁହାଯାଏ । ତାଙ୍କ ସମୟରେ ଭାରତ ବିଶ୍ୱକପ କ୍ରିକେଟ, ଟି-୨୦ ବିଶ୍ୱକପ କ୍ରିକେଟ, ୨୦୧୩ ଆଇସିସି ଚାମ୍ପିୟନ୍ସ ଟ୍ରଫି, ଦୁଇଥର ଏସିଆ କପ, ଟେଷ୍ଟ କ୍ରିକେଟରେ ଏକ ନମ୍ବର ମାନ୍ୟତା ପାଇଥିଲା ।