କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ବ୍ଲକରେ ଜମି ବିବାଦକୁ ନେଇ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବାର ଅଭିଯୋଗ ହୋଇଛି ।
ପ୍ରକାଶ ଯେ, ଆନନ୍ଦପୁର ବ୍ଲକର ପଣସଡିହା ପଂଚାୟତ ଅନ୍ତର୍ଗତ ସିକାବେଡ଼ା ଗାଁରେ ଗତକାଲି ବିଳମ୍ବିତ ରାତିରେ ଜମିଜମା ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଗୋଟିଏ ପରିବାରର ୫ ସଦସ୍ୟଙ୍କ ଆକ୍ରମଣରେ ଅନ୍ୟ ପରିବାରର ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକଙ୍କ ନାମ ଡୁବୁରା ପୂର୍ତି। ତାଙ୍କର ବୟସ ୩୫ ବର୍ଷ ଓ ସେ ବିବାହିତ। ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଥିବାର ଅଭିଯୋଗ ହୋଇଛି।
ଏହି ଘଟଣା ଏବେ ସେହି ଅଂଚଳରେ ଚର୍ଚାର ବିଷୟ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଶବକୁ ଜବତ କରିଥିବାର ସୂଚନା ମିଳିଛି। ଶବ ବ୍ୟବଚ୍ଛେଦ ଲାଗି ଆନନ୍ଦପୁର ଡାକ୍ତରଖାନାକୁ ପଠାଇଛି ପୋଲିସ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି।