ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ରଙ୍ଗମାଟିଆ ଅଞ୍ଚଳରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ଯୁବକ ହେଲେ ଦୀପକ ବେହେରା ଓରଫ ଲଣ୍ଡା। ତାଙ୍କ ଘର ରଙ୍ଗମାଟିଆ ଅଞ୍ଚଳରେ।   ଗତକାଲି ସଂଧ୍ୟାରେ ଦୀପକ ଦୋକନ ବନ୍ଦ...

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ରଙ୍ଗମାଟିଆ ଅଞ୍ଚଳରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ଯୁବକ ହେଲେ ଦୀପକ ବେହେରା ଓରଫ ଲଣ୍ଡା। ତାଙ୍କ ଘର ରଙ୍ଗମାଟିଆ ଅଞ୍ଚଳରେ।  

ଗତକାଲି ସଂଧ୍ୟାରେ ଦୀପକ ଦୋକନ ବନ୍ଦ କରି ଘରକୁ ଫେରୁଥିଲେ। ରଙ୍ଗମାଟିଆ ଅଞ୍ଚଳରେ କେତେକ ଦୁର୍ବୃତ୍ତ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏନେଇ ଦୀପକଙ୍କ ପରିବାର ପକ୍ଷରୁ ଥାନାରେ ମାମଲା ରୁଜୁ କରାଯାଇଛି। ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ପୁଲିସ ଅନୁମାନ କରୁଛି। ହତ୍ୟାକାଣ୍ଡ ପରେ ରଙ୍ଗମାଟିଆରେ ଉତ୍ତେଜନା ଲାଗି ରହିଥିବାରୁ ସେଠାରେ ପୁଲିସ ମୁତୟନ କରାଯାଇଛି।

Spread the love
Categories
କ୍ରାଇମ

RELATED BY

  • ଗୁଣିଗାରେଡି ସନ୍ଦେହରେ ହତ୍ୟା

    ମୋହନା : ଅନ୍ଧବିଶ୍ୱାସର ଅନ୍ଧ ଗଳିରେ ପୁଣି ଗଡ଼ିଲା ମୁଣ୍ଡ। ଗୁଣିଗାରେଡ଼ି ସନ୍ଦେହରେ ଅତି ନିର୍ମମ ଭାବେ ଜଣେ ବୃଦ୍ଧଙ୍କ ମୁଣ୍ଡକୁ ଅଲଗା କରି ଦିଆଯାଇଛି। ଏପରି ନୃଶଂସ କାଣ୍ଡ ଗଜପତି ଜିଲ୍ଲା ମୋହନା ଥାନା ଭାଲିଆସାହି ଗାଁରେ ଗତ...
  • ବଡ଼ଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ମୃତ

    ହରିଚନ୍ଦନପୁର: ମଙ୍ଗଳବାର ସନ୍ଧ୍ୟା ବେଳେ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ରେବଣା ଗ୍ରାମରେ ଘର ତିଆରି କଥାରେ ଜଣେ ବଡ଼ଭାଇ ତା’ର ସାନଭାଇକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି।ଟାଙ୍ଗିଆ ଚୋଟରେ ନିହତ ସାନଭାଇ ହେଉଛି ୧୬ ବର୍ଷିୟ କରମା...
  • ଭଣଜା ଟାଙ୍ଗିଆ ଚୋଟରେ ମାଇଁ ମୃତ

    ଆନନ୍ଦପୁର: ଗୁଣି ଗାରେଡ଼ି ସନ୍ଦେହରେ ପୁଣି ଗଡ଼ିଛି ମୁଣ୍ଡ। ଏଥର ଏପରି ନୃଶଂସ କାଣ୍ଡ ଘଟିଛି କେନ୍ଦୁଝର ଜିଲ୍ଲାରେ। ଆନନ୍ଦପୁର ବ୍ଲକ୍‌ କନ୍ତଳା ଗାଁରେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇଥିବା ଭଣଜାର ଟାଙ୍ଗିଆ ଚୋଟରେ ମାଇଁର ମୃତ୍ୟୁ ଘଟିଛି। ମୃତା ମହିଳା ହେଲେ...
  • ୪ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ; ୨ ମୃତ, ୨ ଗୁରୁତର

    ସମ୍ବଲପୁର:ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ଅନ୍ତର୍ଗତ ଭଣ୍ଡାରୀମାଳ ଗାଁରେ ହୋଇଛି ଦୁଇ ଦୁଇଟି ହତ୍ୟାକାଣ୍ଡ । ଗାଁରେ ଚାରି ଜଣ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହଣାଯାଇଛି । ଏଥିରେ ଦୁଇ ଭାଇଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ଦୁଇ ଭାଇ ଆହତ...