ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କୁ କରୋନା

ନବରଙ୍ଗପୁର: ଓଡ଼ିଶାର ପୁଣି ଜଣେ ସାଂସଦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି ତାଙ୍କର ରିପୋର୍ଟ ପଜିଟିଭ୍ ଆସିବା ପରେ ଏନେଇ ସୂଚନା ଦେଇଛନ୍ତି ନବରଙ୍ଗପୁରର ବିଜେଡି ସାଂସଦ ରମେଶ ଚନ୍ଦ୍ର ମାଝୀ ।

ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସଂଗରୋଧରେ ରହିବା ସହ ନିଜର ପରୀକ୍ଷା କରାଇ ନେବାକୁ ପୂର୍ବତନ ମନ୍ତ୍ରୀ ତଥା ଲୋକସଭା ସାଂସଦ ରମେଶ ଚନ୍ଦ୍ର ମାଝୀ ପରାମର୍ଶ ଦେଇଛନ୍ତି ।