ସୋଆ ପକ୍ଷରୁ ନେତାଜୀଙ୍କ 125ତମ ଜନ୍ମ ଜୟନ୍ତୀ ପାଳିତ

ଭୂବନେଶ୍ଵର : ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ(ସୋଆ ) ବିଶ୍ଵବିଦ୍ୟାଳୟ ପରିସରରେ ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟର ର ମିଳିତ ଆନୁକୂଲ୍ୟରେ ଏକ ଉତ୍ସବ ଆୟୋଜିତ ହୋଇଯାଇଛି ।
ଏହି ଉତ୍ସବରେ ଯୋଗ ଦେଇ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର ନେତାଜୀଙ୍କ ଜୀବନ ଯୁବ ସମାଜ ନିମନ୍ତେ ପ୍ରେରଣାର ଉତ୍ସ ହେବା ଆବଶ୍ୟକ ବୋଲି କହିଥିଲେ ।
ଆଜିର ପବିତ୍ର ଦିନରେ ଆମେ ନେତାଜୀଙ୍କ ଜୀବନର ସକାରାତ୍ମକ ଦିଗ ଗୁଡିକୁ ଆଲୋଚନା କରି ସ୍ଵାଧୀନତା ଆନ୍ଦୋଳନରେ ତାଙ୍କର ଭୂମିକା କୁ ସମ୍ମାନିତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ଏହି ଦିନଟିକୁ ‘ପରାକ୍ରମ ଦିବସ’ ଭାବେ ପାଳନ କରାଯାଉଛି ।

ଆମେ କେବଳ ଆମ ନିଜ ସ୍ୱାର୍ଥ ବିଷୟରେ ଚିନ୍ତା କରିବା ସହ ଅନ୍ୟ କାହା କଥା ଚିନ୍ତା କରୁନାହୁଁ ସେ କେବଳ ଦେଶ ଛଡା ଆଉ କିଛି ଚିନ୍ତା କରୁନଥିଲେ | କଟକରେ ଜନ୍ମିତ ନେତାଜୀ ଖୁବ ପ୍ରତିଭା ସଂପନ୍ନ ଥିଲେ ବୋଲି ସୋଆ କୁଳପତି ତାଙ୍କୁ ସ୍ମରଣ କରି କହିଛନ୍ତି |

ଏହି ଅବସରରେ ସୋଆ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ତଥା ଏଆଇସିଟିଇ ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ନେତାଜୀଙ୍କୁ ଜଣେ ନିର୍ଭିକ ନେତା ବୋଲି ଅଭିହିତ କରିଥିଲେ |
କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ସୋଆ ଏନଏସଏସ ର କାର୍ଯ୍ୟକ୍ରମ ସଂଯୋଜକ ଡକ୍ଟର ନଚିକେତା ଶର୍ମା | ଆଗାମୀ ମାସରେ ସୋଆ ଏନଏସ ଏସ ଓ ସୋଆ ୱେଲନେସ ସେଣ୍ଟର ପକ୍ଷରୁ ମିଳିତ ଭାବେ ଗାନ୍ଧୀ କଥା ଓ ସୁବାଷ କଥା ବକୃତ ମାଳା ର ଆୟୋଜନ କରାଯିବ ଡକ୍ଟର ଶର୍ମା ସୂଚନା ଦେଇଥିଲେ |
ସୋଆ ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ |
ମୁଖ୍ୟ ପ୍ରଶାସନିକ ଅଧିକାରୀ ଶ୍ରୀ ପ୍ରମୋଦ ଚନ୍ଦ୍ର ପଣ୍ଡା, ଏନଏସଏସ ପ୍ରୋଗ୍ରାମ ଅଫିସରରସ ଏବଂ ସୋଆର ଅନ୍ୟାନ୍ୟ କର୍ମକର୍ତା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ |