୩୪ ବର୍ଷ ପରେ ଜାତୀୟ ଶିକ୍ଷା ନୀତିରେ ହେଲା ପରିବର୍ତ୍ତନ; ଜାଣନ୍ତୁ କ’ଣ ବଦଳିଲା

ନୂଆଦିଲ୍ଲୀ: ଦୀର୍ଘ ୩୪ ବର୍ଷ ପରେ ଜାତୀୟ ଶିକ୍ଷା ନୀତିରେ ପରିବର୍ତ୍ତନ ଘଟିଛି। ମାନବ ସମ୍ବଳ ବିକାଶ ମନ୍ତ୍ରାଳୟକୁ ଶିକ୍ଷା ମନ୍ତ୍ରାଳୟ ନାମରେ ପୁନଃ ନାମିତ କରାଯାଇଛି। ତେବେ, ନୂଆ ଶିକ୍ଷା ନୀତିକୁ କ୍ୟାବିନେଟ୍‌ ମଞ୍ଜୁରି ଦେବା ପରେ କ’ଣ କ’ଣ ସବୁ ପରିବର୍ତ୍ତନ ଘଟିଛି ଆପଣ ଜାଣନ୍ତି କି?

ନୂଆ ଶିକ୍ଷା ନୀତିରେ ଦେଶରେ ସ୍ଵାକ୍ଷର ହାର ୧୦୦ ପ୍ରତିଶତ କରାଯିବାର ଲକ୍ଷ୍ୟ ରହିଛି। ଶିକ୍ଷା ‌କ୍ଷେତ୍ରରେ ଜନସାଧାରଣଙ୍କ ସକାଶେ ଅଧିକ ପୁଞ୍ଜି ବିନିଯୋଗ କରି ସରକାର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ଚିନ୍ତା କରିଛନ୍ତିି। ଜାଣନ୍ତୁ କ’ଣ ବଦଳିଲା :

national-education-policy-2020-announced

-ଏଣିକି ଆଉ ୬ ବର୍ଷ ବୟସରୁ ସ୍କୁଲ୍‌ ଶିକ୍ଷା ଆରମ୍ଭ ହେବ ନାହିଁ। ନୂଆ ଶିକ୍ଷା ନୀତି ଅନୁସାରେ ୩ ବର୍ଷରୁ ହିଁ ପିଲାମାନେ ବିଧିବଦ୍ଧ ସ୍କୁଲ୍‌ ଶିକ୍ଷା ଆରମ୍ଭ କରିବେ।

-ଅତି କମ୍‌ରେ ଛାତ୍ରଛାତ୍ରୀମାନେ ପଞ୍ଚମ ଶ୍ରେଣୀ ଯାଏ ମାତୃଭାଷା ବା ଆଞ୍ଚଳିକ ଭାଷାରେ ପାଠ ପଢ଼ିବେ।

-ଷ‌ଷ୍ଠ ‌ଶ୍ରେଣୀରୁ ଧନ୍ଦାମୂଳକ ଶିକ୍ଷା ଆରମ୍ଭ ହୋଇଯିବ। ଏଥିରେ ଇଣ୍ଟର୍ନସିପ୍ ବ୍ୟବସ୍ଥା ମଧ୍ୟ ରହିବ।

-ନୂଆ ଶିକ୍ଷା ନୀତି ଅଧୀନରେ ଏମ୍‌ଫିଲ୍‌‌ ପାଠ୍ୟକ୍ରମ ବନ୍ଦ ହେବ ଏବଂ ସ୍ନାତକ, ସ୍ନାତକୋତର ଏବଂ ପିଏଚ୍‌ଡିସ୍ତରର ସମସ୍ତ କୋର୍ସ‌୍‌କୁ ଆନ୍ତଃବିଭ‌ାଗୀୟ କରାଯିବ।

-ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ ଆଡମିସନ୍‌ ପାଇଁ ସାଧାରଣ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ।

-ସବୁଠାରୁ ଗୁରୁତ୍ୱ ପୂର୍ଣ୍ଣ ବିଷୟ ହେଉଛି ଯେ ଶିକ୍ଷା ଫି ଉପରେ ସରକାର ସୀମା ଧାର୍ଯ୍ୟ କରିବେ।

-୧୦+୨ ଢାଞ୍ଚା ବଦଳରେ ୫+୩+୩+୪ ବ୍ୟବସ୍ଥା ପ୍ରଚଳନ କରିବାକୁ ସ୍ଥିର କରାଯାଇଛି।

-୪ ବର୍ଷୀୟା ସ୍ନାତକ ପାଠ୍ୟକ୍ରମ ପୁଣି ଆରମ୍ଭ ହେବ। ତେବେ ବିଏ, ବିଏସ୍‌ସି ଏବଂ ବିଭୋକାଲ କାର୍ଯ୍ୟକ୍ରମ ତିନି ବର୍ଷୀୟା ରହିବ।

-ନୀତିର ଆଉ ଏକ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ ଦେଶର କ୍ୟାମ୍ପସ୍‌ ଖୋଲିବା ଲାଗି ବିଦେଶୀ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଅନୁମତି ପ୍ରଦାନ କରାଯାଇଛି।

-ଉଭୟ ବିଦ୍ୟାଳୟ ଓ ଉଚ୍ଚ ଶିକ୍ଷା ପାଇଁ ଇ-ଶିକ୍ଷା ଯୋଗାଇ ଦେବାକୁ ଆବଶ୍ୟକୀୟ ଭିତ୍ତିଭୂମି ପ୍ରସ୍ତୁତ କରାଯିବ।

-ସମସ୍ତ ବୃତ୍ତିଗତ ଶିକ୍ଷା ଉଚ୍ଚଶିକ୍ଷା ବ୍ୟବସ୍ଥାର ଏକ ଅବିଚ୍ଛେଦ୍ୟ ଅଙ୍ଗ ହେବ।

-ସମସ୍ତ ଭାରତୀୟ ଭାଷାର ସଂରକ୍ଷଣ ଓ ଅଭିବୃଦ୍ଧିକୁ ମିଳିବ ପ୍ରୋତ୍ସାହନା।

-ଛାତ୍ରବୃତ୍ତି ପାଇଁ ଯୋଗ୍ୟ ଛାତ୍ରଛାତ୍ରୀମାନଙ୍କ ବିକାଶ ପାଇଁ ଜାତୀୟ ସ୍କଲାରସିପ୍‌ ପୋର୍ଟାଲ୍‌ ବିସ୍ତାର କରାଯିବ।

-ଶିକ୍ଷା ପ୍ରତିଷ୍ଠାନଗୁଡ଼ିକ ଯଦି ଆଦର୍ଶ ଏବଂ ମାନଦଣ୍ଡକୁ ଅନୁକରଣ ନକରନ୍ତି ‌ତେବେ ଦଣ୍ଡିତ ହେବେ।