ଅଗ୍ରାଧିକାର ଭିତ୍ତିରେ ଲୋକଙ୍କ କାମ  କରିବାକୁ ଦଳୀୟ କର୍ମକର୍ତ୍ତାଙ୍କୁ  ନବୀନଙ୍କ ଆହ୍ଵାନ

ଭୁବନେଶ୍ୱର: ଅଗ୍ରାଧିକାର ଭିତ୍ତିରେ ଲୋକଙ୍କ କାମ  କରିବାକୁ ଦଳୀୟ କର୍ମକର୍ତ୍ତାଙ୍କୁ  ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ଵାନ । ଆଜି ବିଜୁ ଜନତା ଦଳର ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟଠାରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୯ଟି ପ୍ରସ୍ତାବ ପାରିତ ହୋଇଯାଇଛି। ବୈଠକରେ ୮୦ କାର୍ଯ୍ୟକାରିଣୀ ସଦସ୍ୟ, ନିମନ୍ତ୍ରିତ ଉପସଭାପତି ଓ ବରିଷ୍ଠ ନେତା ଉପସ୍ଥିତ ଥିଲେ। ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ବୈଠକ ଆରମ୍ଭ ହୋଇଥିଲା। ଦିବଙ୍ଗତ ନେତାଙ୍କ ପାଇଁ ୧ ମିନିଟ ନିରବ ପ୍ରାର୍ଥନା ହୋଇଥିଲା। ବିଜେଡି ହେଉଛି ଲୋକଙ୍କ ଦଳ ଲୋକଙ୍କ ସେବାରେ ସମର୍ପିତ। ପ୍ରତିଦିନ ଲୋକଙ୍କ କାମ ଅଗ୍ରାଧିକାର ଭିତ୍ତିରେ କରିବାକୁ କାର୍ଯ୍ୟକାରିଣୀରେ କର୍ମକର୍ତ୍ତାଙ୍କୁ ଆହ୍ଵାନ ଦେଇଥିଲେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦ୍ୱାରା ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା। ତୃଣମୂଳସ୍ତରରେ ବିଜେଡିକୁ ଅଧିକ ସଂଗଠିତ କରାଯିବା ସହ ଦଳର ସଦସ୍ୟଙ୍କ ସଂଖ୍ୟା ବିଜେଡି ସଦସ୍ୟ ସଂଖ୍ୟା ୧କୋଟି ୧ଲକ୍ଷ ୮୦ ହଜାରରେ ପହଞ୍ଚିଛି । ଦଳ ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ପ୍ରତିଦିନ ସାଧାରଣ ଲୋକଙ୍କ ଆସ୍ଥା ବଢିବାରେ ଲାଗିଛି। ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦଳ ଆଜି ମୁଣ୍ଡ ଟେକି ଠିଆ ହୋଇଛି। କେବଳ ସେତିକି ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଛବିକୁ କଦାପି ମଳିନ କରିବାକୁ ଦିଆଯିବ ନାହିଁ ଏବଂ ସାରା ରାଜ୍ୟରେ ବିଜେଡି ତଥା ମୁଖ୍ୟମନ୍ତ୍ରୀଙ୍କ ବିକାଶମୂଳକ କାର୍ଯ୍ୟ ଘରେ ଘରେ ପହଞ୍ଚାଇବାକୁ ପ୍ରଣବ ପ୍ରକାଶ ଦାସ କହିଥିଲେ।