ଶିଶୁ କଲ୍ୟାଣ ଅନୁଷ୍ଠାନ ଗୁଡିକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:ଶିଶୁମାନଙ୍କ ମଙ୍ଗଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଏକ ସ୍ଵାଗତଯୋଗ୍ୟ ପଦକ୍ଷେପ ନେଇଛନ୍ତି। ୩୦ଟି ଜିଲ୍ଲାର ଶିଶୁ କଲ୍ୟାଣ ଅନୁଷ୍ଠାନ ଗୁଡିକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଆଧାରରେ ପ୍ରତି ଜିଲ୍ଲାର ଶିଶୁ କଲ୍ୟାଣ ଅନୁଷ୍ଠାନକୁ ୧୦ ଲକ୍ଷ ଟଙ୍କା ଯୋଗାଇ ଦିଆଯିବ। 

ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଲାଗୁ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଶିଶୁ କଲ୍ୟାଣ ଅନୁଷ୍ଠାନ ଗୁଡିକୁ ନବୀନ ସହାୟତା ରାଶି ଘୋଷଣା କରିଛନ୍ତି। ସମୁଦାୟ ୩୦ଟି ଜିଲ୍ଲାରେ ଥିବା ଶିଶୁ କଲ୍ୟାଣ ଅନୁଷ୍ଠାନ ପାଇଁ ସହାୟତା ରାଶି ଘୋଷଣା କରାଯାଇଛି। ଶିଶୁମାନଙ୍କ ମଙ୍ଗଲ ଓ ବିକାଶ ପାଇଁ ଏଭଳି ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଆଧାରରେ ପ୍ରତି ଜିଲ୍ଲାରଶିଶୁ କଲ୍ୟାଣ ଅନୁଷ୍ଠାନକୁ ୧୦ ଲକ୍ଷ ଟଙ୍କା ସହାୟତା ରାଶି ମିଳିବ। ସେହି ସମୟରେ ୬ଟି ଜିଲ୍ଲା ତଥା ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ଵର, ସୁନ୍ଦରଗଡ, କେନ୍ଦୁଝର, ସମ୍ବଲପୁରକୁ ଅତିରିକ୍ତ ୧୦ ଲକ୍ଷ ଟଙ୍କାଏ ସହାୟତା ରାଶି ମିଳିବ।