ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୪ ତମ ଜନ୍ମ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୪ ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିଜୁ ବାବୁଙ୍କୁ ମନେପକାଇ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଦେଶର ସ୍ଵାଧୀନତାରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ବୋଲି ଟ୍ବିଟରେ ଲେଖି ତାଙ୍କର ସ୍ବାଭିମାନ, ରାଜନୈତିକ ମୂଲ୍ୟବୋଧ ଓ ନୀତି ଆଦର୍ଶକୁ ପାଥେୟ କରି ନୂଆ ଓଡିଶା ଗଠନ ପାଇଁ ଆମେ ପ୍ରତିଶୃତିବଦ୍ଧ ବୋଲି ଦର୍ଶାଇଛନ୍ତି ।