ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ କାର୍ଯ୍ୟକ୍ରମ ସୂଚୀ ଅନୁଯାୟୀ ଆସନ୍ତାକାଲି ଛୁଟି ଦିନ ଥିଲେ ବି ପୂର୍ବାହ୍ନ ୧୦ଟା ୩୦ରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନ ଆସି ଜରୁରୀ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଦିନ ୧୨ଟା ୪୦ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଗସ୍ତ କରିବେ। ଆସନ୍ତା ୨୬ ତାରିଖରେ ସ୍ବରାଷ୍ଟ୍ର  ମନ୍ତ୍ରୀ  ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନକ୍ସଲ ପ୍ରଭାବିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ସମ୍ମିଳନୀରେ ଶ୍ରୀ ପଟ୍ଟନାୟକ ଯୋଗଦେବେ।  ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ଏହି ବୈଠକରେ ଯୋଗ ଦେବେ।