ମହାଶିବରାତ୍ରି ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ମହାଶିବରାତ୍ରି । ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି କହିଛନ୍ତି ଯେ, ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରର ଏହି ଶୋଭାବର୍ଦ୍ଧନକାରୀ ଦୃଶ୍ୟ ବେଶ ମନୋରମ। ପବିତ୍ର ମହାଶିବରାତ୍ରୀରେ ଏକ ଭବ୍ୟ ତଥା ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏହି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।