ବିଧାୟକଙ୍କୁ ଶାଳୀନତାର ପାଠ ପଢ଼ାଇଲେ ନବୀନ

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ବିଧାୟକ ଓ ବିଧାୟିକାଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ଓଡ଼ିଶା ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଥିବା ଏହି ପ୍ରଶିକ୍ଷଣ ଶିବିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ଅବସରରେ...

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ବିଧାୟକ ଓ ବିଧାୟିକାଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ଓଡ଼ିଶା ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଥିବା ଏହି ପ୍ରଶିକ୍ଷଣ ଶିବିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି।

ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ବିଧାୟକଙ୍କୁ ଶାଳୀନତାର ପାଠ ପଢ଼ାଇଛନ୍ତି। ଏଥିସହ ଶାଳୀନତା ଓ ସରଳ ଜୀବନଯାପନ ପାଇଁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ସାଧାରଣ ଲୋକଙ୍କ ସମସ୍ୟା ଦୂର ପାଇଁ କାମ କର। ଲୋକଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଆଇନ୍‌ ପ୍ରସ୍ତୁତ ହେବା ଦରକାର। ଲୋକଙ୍କୁ ଆଖି ଆଗରେ ରଖି ସେମାନଙ୍କ ଉନ୍ନତି କରିବା ଶିଖ। ଗଣତନ୍ତ୍ରର ସଫଳତା ଲୋକଙ୍କ ଉପରେ ନିର୍ଭର କରେ। ଜନତା ରିଅଲ୍ ମାଷ୍ଟର ଅଫ୍ ଡେମୋକ୍ରାସି। ଲୋକଙ୍କ ନିକଟତର ହୁଅ, ସେମାନଙ୍କ ଯାବତୀୟ ସମସ୍ୟା ବୁଝ।

ଆଜି ପ୍ରଥମ ଦିନରେ ବିଧାନସଭାର କମିଟି ବ୍ୟବସ୍ଥା ଓ ବୈଧାନିକ ପ୍ରକ୍ରିୟା ଉପରେ ପ୍ରଶିକ୍ଷଣ ଦିଆଯାଉଛି। ଲୋକସଭା ସଚିବାଳୟ ଅଧିକାରୀମାନଙ୍କ ଦ୍ୱାରା ପ୍ରଶିକ୍ଷଣ ଦେଉଛନ୍ତି। ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ନବନିର୍ବାଚିତ ବିଧାୟକ ଓ ବିଧାୟିକାଙ୍କୁ ଫୋକସ୍‌ ଦିଆଯାଉଛି। ଆସନ୍ତାକାଲି ଦ୍ୱିତୀୟ ଦିନରେ ବିଧାନସଭାର ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା ହେବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଗୃହରେ ସାର୍ବଜନୀନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ପ୍ରଶ୍ନ ଉପସ୍ଥାପନର ପ୍ରକ୍ରିୟା ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ।

Spread the love
Categories
ଓଡିଶା

RELATED BY

  • ସ୍କୁଲ ଯିବନି ଜଗା, ମୁଣ୍ଡରେ ହେବ ଖପୁରୀ ପ୍ରତିରୋପଣ: ମନ୍ତ୍ରୀ

    କଟକ: ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସାଧୀନ ଥିବା ଜଗାର ଖପୁରୀ ପ୍ରତ୍ୟାରୋପଣ ହେବ। ତେଣୁ ବର୍ତ୍ତମାନ ସ୍ଥିତିରେ ଜଗା ସ୍କୁଲ ଯାଇପାରିବ ନାହିଁ। ଖପୁରି ପ୍ରତିରୋପଣ ପରେ ସେ ସ୍କୁଲ ଯିବା ସମ୍ଭବ ହୋଇପାରିବ। କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଅଂଚଳର...
  • ଓଡ଼ିଶାରେ ନକଲି ସାମ୍ପୁ

    ବଲାଙ୍ଗୀର: ଘରେ ଘରେ ପରିଚିତ କ୍ଲିନିକ ପ୍ଲସ ସାମ୍ପୁର ନକଲି ଏବେ ବଜାରରେ ଦେଖିବାକୁ ମିଳିଛି | କିଛି ଏଭଳି ଅଭିଯୋଗ ବଲାଙ୍ଗୀରର କଣ୍ଟାବାଞ୍ଜିରୁ ଆସିଛି | ବଜାରରେ ପ୍ୟାକେଟ୍ ପ୍ୟାକେଟ୍ ନକଲି ସାମ୍ପୁ ବିକ୍ରି ହେଉଥିବାବେଳେ ଏବେ ଏହାର...
  • ମଙ୍ଗୁମଠକୁ ନ ଭାଙ୍ଗିବାକୁ ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

    ପୁରୀ:ପୁରୀର ବହୁ ପୁରାତନ ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ନବୀନଙ୍କୁ ଏକ ଟ୍ୱିଟ୍‌ କରି କ୍ୟାପଟେନ ଅମରିନ୍ଦର ସିଂହ କହିଛନ୍ତି ଯେ, ଏହି ମଠ ଗୁରୁ ନାନକଙ୍କ...
  • ନନ୍ଦନକାନନରେ ଅସୁସ୍ଥ ଦନ୍ତାହାତୀ ଚନ୍ଦନ ମୃତ

    ବାରଙ୍ଗ: ଶନିବାର ରାତିରେ ସ୍ଥାନୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀଶାଳରେ ରହୁଥିବା ଅସୁସ୍ଥ ଦନ୍ତାହାତୀ ଚନ୍ଦନର ମୃତ୍ୟୁ ଘଟିଛି । ଅସୁସ୍ଥ ହୋଇପଡ଼ିଥିବା ଚନ୍ଦନକୁ ଆସାମ ଷ୍ଟେଟ୍‌ ଓ ସେଣ୍ଟର୍‌ ଫର୍‌ ଓ୍ଵାଇଲ୍‌ଡ୍‌ ଲାଇଫ୍‌ ହେଲ୍‌ଥ୍‌ ଓଡ଼ିଶାର ପ୍ରବୀଣ ପଶୁଚିକିତ୍ସକମାନଙ୍କ...