ମହଙ୍ଗା ଭତ୍ତା ବଢ଼ିଲା ୩ ପ୍ରତିଶତ: ୨୦୧୯ ଜାନୁୟାରୀ ପହିଲାରୁ ଲାଗୁ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ଘୋଷଣା କରିଛନ୍ତି । ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ୨୦୧୯ଜାନୁୟାରୀ ପହିଲାରୁ ପିଛଲା ଭାବେ ଏହା ଲାଗୁ ହେବ । ଏଣିକି ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ୯ରୁ ୧୨ ପ୍ରତିଶତ ମହାଙ୍ଗା ଭତ୍ତା ପାଇବେ। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ରାଜ୍ୟର ୪୮ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ । ସେହିଭଳି ୬୨ ଲକ୍ଷ ପେନସନଭୋଗୀ ମଧ୍ୟ ଏହାର ଲାଭ ପାଇବେ ।