ପୁଣି ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ପୁଣି ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୧୫ଜଣ, ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ଏବଂ ପୁରୀ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତ ଥିବା ଜଣାଯାଇଛି।