ଯାଜପୁରରୁ ଆଉ ୫ କରୋନା ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଂଚିଲା

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୫ କରୋନା ଚିହ୍ନଟ ହୋଇଛନ୍ତି । ସେମାନେ ହେଲେ ଯାଜପୁର ଜିଲ୍ଲାର । ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ପୁରୁଷ ଓ ୨ ଜଣ ମହିଳା ଥିବା ସୂଚନା ମିଳିଛି । ଏ ନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ଏହା ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଂଚିଛି ।