ପୁଣି ୬୩ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ରେ ପହଂଚିଲା

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ୬୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୭୨୩ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬୧ଜଣ ସଙ୍ଗରୋଧରେ ଥିଲେ ଏବଂ ଦୁଇଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।