ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ୧୩ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।
COVID-19 REPORT FOR 3rd JUNE
New positive cases: 90
In quarantine: 79
Local contacts: 11(Details of local contacts will be shared by concerned district administration)
1. Khordha: 25
2. Nayagarh: 7
3. Angul: 1
4. Balasore: 1
5. Bhadrak:9
6. Kalahandi: 1
7. Ganjam: 22— I & PR Department, Odisha (@IPR_Odisha) June 4, 2020
ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଗଞ୍ଜାମ ଜିଲ୍ଲାରେ ୨୨ଜଣ ଚିହ୍ନଟ ହୋଇଥିବା ବେଳେ, ନୟାଗଡ଼ ଜିଲ୍ଲାରେ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନୁଗୁଳ, ବାଲେଶ୍ୱର, ବରଗଡ଼, କଳାହାଣ୍ଡି ଓ ସମ୍ବଲପୁର, ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୁରୀ ଜିଲ୍ଲାରେ ୨ ଓ ଭଦ୍ରକରେ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ କଟକ ଜିଲ୍ଲାରେ ୫ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।