ପୁଣି ଯାଜପୁରରୁ ଆଉ ଜଣେ କରୋନା ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦

ଭୁବନେଶ୍ୱର : ଯାଜପୁର ଜିଲ୍ଲାରେ ପୁଣି ଜଣେ କରୋନା ଆକ୍ରାନ୍ତ(୫୭ବର୍ଷିୟ ପୁରୁଷ) ଚିହ୍ନଟ ହୋଇଛନ୍ତି । ତାଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା ୧୮୦ରେ ପହଂଚିଛି । ଏହି ନୂଆ କରୋନା ଆକ୍ରାନ୍ତ ଜଣକ ଯାଜପୁର ହୋଇଥିବା ବେଳେ ସେ କୋଲକାତାରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଥିଲେ ବୋଲି ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।  ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଥିଲେ ସେ ନେଇ ଅନୁସନ୍ଧାନ ଆରମ୍ଭ ହୋଇଛି ।

ଅନ୍ୟ ପକ୍ଷରେ ଏକ ସକରାତ୍ମକ ଖବର ହେଲା, ଆଜି ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ସଂକ୍ରମିତ  ଜଣକ ବାଲେଶ୍ୱର ଜିଲ୍ଲାର ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଫଳରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୬୧ ଛୁଇଁଛି।