ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ସେ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସକାଳେ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏବେ ମୟୂରଭଞ୍ଜ ଜିଲ୍ଲାରୁ କରୋନା ପଜିଟିଭ୍ ଚିହ୍ନଟ ବ୍ୟକ୍ତିଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ତେବେ ଆଜି ଆକ୍ରାନ୍ତ ଚିହ୍ନଟ ହେବା ପରେ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଜୋନ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହାଫଳରେ ରାଜ୍ୟରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୦୬ରେ ପହଂଚିଛି।