ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି  ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ଆକ୍ରାନ୍ତ ଜଣକ କେନ୍ଦୁଝର ଜିଲ୍ଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାଫଳରେ କେନ୍ଦୁଝର ଜିଲ୍ଲାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଦୁଇରେ ପହଂଚିଛି। ସେ ଜଣେ ଯୁବକ। ତାଙ୍କ ଘର ହାଟଡିହିରେ ଓ ତାଙ୍କ ବୟସ ୩୦ ବର୍ଷ ବୋଲି ଜଣାଯାଇଛି। ତାଙ୍କଠାରେ କୌଣସି ଲକ୍ଷଣ ଦେଖିବାକୁ ମିଳି ନଥିଲା।  ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨କୁ ବୃଦ୍ଧି ପାଇଛି।