ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ପହଁଚିଲା ୧୧୯

ନୂଆ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାର

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ନୂଆ କରୋନା ପଜିଟିଭ୍ ଚିହ୍ନଟ । ରାଜ୍ୟର ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ଏହି ସୂଚନା ଦିଆଯାଇଛି ।  ତେବେ ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାର ୭୭ବର୍ଷ ବୟସ  ପୁରୁଷ । ସେ ମଧୁସୂଦନ ନଗର ବୋଲି ଜଣାପଡ଼ିଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୦ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।