ଆଜି ଗଞ୍ଜାମରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ସୁରତ ଫେରନ୍ତା

ଭୁବନେଶ୍ୱର: ଆଜି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ଚିହ୍ନଟ ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର।

ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ଏବଂ ତାଙ୍କର ବୟସ ୧୮ ବର୍ଷ। ସେ ଜଣେ ସୁରତ ଫେରନ୍ତା ଯୁବକ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଯୁବକ ସରକାରୀ ସଙ୍ଗରୋଧରେ ଥିଲେ। ସେ କାହା ସଂସ୍ପର୍ଶରେ ଆସିଥିଲେ । କଂଟାକ୍ଟ ଟ୍ରେସିଂ ଜାରି ରହିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ଏଯାଏଁ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।