ବିଜେପିରେ ମିଶିଲେ ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ

ବିଜେପିରେ ମିଶିଲେ ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ । ଆଜି ବିଜେଡି ଛାଡିଥିଲେ ସମୀର ଦାଶ । ଦଳର ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ଦଳ ସଭାପତିଙ୍କୁ ଦେଇଥିଲେ ଇସ୍ତଫା ପତ୍ର । ପ୍ରାଥମିକ ସଦସ୍ୟ ପଦରୁ ଦେଇଥିଲେ ଇସ୍ତଫା । ଟିକେଟ ନମିଳିବା ନେଇ ଥିଲେ ଅସନ୍ତୁଷ୍ଟ । ଦଳ ଛାଡିବାର କାରଣ କହିବା ସହ ସୋସିଆଲ ମିଡିଆରେ ନିଜ ଇସ୍ତଫା ପତ୍ର ବାବଦରେ ସୂଚନା ଦେଇଥିଲେ ସମୀର ଦାଶ ।

ସମୀର କହିଥିଲେ, ୨୦୦୬ରୁ ସେ ନିଷ୍ଠାର ସହ ଦଳ ପାଇଁ କାମ କରିଆସୁଛନ୍ତି । ତଥାପି ଦଳ ତାଙ୍କ ଉପରେ ଭରସା କଲାନି । ତାଙ୍କ ଉପରୁ ଦଳ ଆସ୍ଥା ହରାଇଥିବାରୁ ଆଉ ଦଳରେ ରହିବାକୁ ସେ ସମୀଚିନ ମନେ କରୁନାହାଁନ୍ତି ବରଂ ଦଳ ଛାଡିବାକୁ ଉଚିତ ମନେ କରିଛନ୍ତି । ଏହାସହ ସେ ନିଜେ ମଧ୍ୟ ନିମାପଡା , ଗୋପ ବିଜେଡିରୁ ଆସ୍ଥା ହରାଇବା ପରେ ବିଜେଡିରୁ ଇସ୍ତଫା ଦେଇଥିବା କହିଛନ୍ତି ।