“ରାଜ୍ୟରେ ଆଉ କରୋନାର ଦ୍ଵିତୀୟ ଲହର ସଂକ୍ରମଣର ସମ୍ଭାବନା ନାହିଁ “

ଭୁବନେଶ୍ଵର : ରାଜ୍ୟରେ ଆଉ କରୋନାର ଦ୍ଵିତୀୟ ଲହର ସଂକ୍ରମଣର ସମ୍ଭାବନା ନାହିଁ। ଯାହା ନିଶ୍ଚିତ ଭାବେ ରାଜ୍ୟବାସୀଙ୍କ ପାଇଁ ଆଶ୍ଵସ୍ତିକର ଖବର। ଏହି ସୂଚନା ଦେଇଛନ୍ତି ରାଜ୍ୟ କୋଭିଡ୍ ପରାମର୍ଶଦାତା ଡାକ୍ତର ଜୟନ୍ତ ପଣ୍ଡା।କାରଣ ଓଡିଶାରେ କରୋନାର ପ୍ରକୋପ କମିବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା ୫୦୦ ତଳେ ରହୁଥିବା ବେଳେ ଅଧିକ ସଂଖ୍ୟାରେ ଆକ୍ରାନ୍ତ ଆରୋଗ୍ୟଲାଭ କରୁଛନ୍ତି। ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିବା ସଭିଙ୍କ ଚିନ୍ତାକୁ ହ୍ରାସ କରିଛି। ଏହା ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୧୫, ୨୭୦କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ତରଫରୁ ଶନିବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।