ଓଡ଼ିଶାର ଅଂଶୁମାନ ହେଲେ ଆଇଇଏସ୍ ଟପ୍ପର

ଭୁବନେଶ୍ୱର: ଓଡ଼ିଶାର ଅଂଶୁମାନ କାମିଲା ହେଲେ ଇଣ୍ଡିଆନ୍ ଇକୋନୋମିକ୍ ସର୍ଭିସ(ଆଇଇଏସ୍) ଟପ୍ପର । ଆଇଇଏସ୍ ପାଇଁ ଯୋଗ୍ୟ ବିବେଚିତ ୩୨ଜଣଙ୍କ ମଧ୍ୟରେ ସେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି ।

ଅଂଶୁମାନ ହେଉଛନ୍ତି ପୂର୍ବତନ ଚିଫ୍ ପୋଷ୍ଟମାଷ୍ଟର ଜେନେରାଲ ସନ୍ତୋଷ କାମିଲା ଓ ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ତଥା ଅର୍ଥଶାସ୍ତ୍ର ପ୍ରଫେସର ମିତାଲି ଚିନାରାଙ୍କ ପୁଅ।

ଅଂଶୁମାନ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ଡିଏଭିରେ ପାଠପଢ଼ା ଶେଷ କରିବା ପରେ ଦିଲ୍ଲୀର ଷ୍ଟିଫେନ୍ କଲେଜ୍‌ରୁ ଇକୋନୋମିକ୍ସରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ସେ ଦିଲ୍ଲୀ ସ୍କୁଲ୍ ଅଫ୍ ଇକୋନୋମିକ୍ସରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ଜେଏନ୍‌ୟୁରେ ଏମ୍‌ଫିଲ୍‌ କରିଥିଲେ।