୫-ଟି ସଚିବ ଭି କେ ପାଣ୍ଡିଆନ୍‌ଙ୍କ ଏକାମ୍ର କ୍ଷେତ୍ର ପ୍ରକଳ୍ପ ସମୀକ୍ଷା

ଭୁବନେଶ୍ୱର : ୫-ଟି ସଚିବ ଭି କେ ପାଣ୍ଡିଆନ୍‌ ସୋମବାର ସକାଳେ ଏକାମ୍ର ଅଞ୍ଚଳ ପରିଦର୍ଶନ କରି ଏକାମ୍ର କ୍ଷେତ୍ର ପ୍ରକଳ୍ପର ସ୍ଥିତି ତଦାରଖ କରିବା ସହ ବରିଷ୍ଠ ଅଧିକାରୀମାନଙ୍କ ସହିତ ଏହାର ଅଗ୍ରଗତି ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି। ଏହି ଅଞ୍ଚଳର ସୌନ୍ଦର୍ଯ୍ୟକରଣ ନିମନ୍ତେ ଉଚ୍ଛେଦ ହୋଇଥିବା ଦୋକାନୀମାନଙ୍କ ଥଇଥାନ କାର୍ଯ୍ୟ ତ୍ୱରାନ୍ଵିତ କରିବା ଲାଗି ସମ୍ପୃକ୍ତ ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ସେ ନିର୍ଦେଶ ଦେଇଛନ୍ତି। ଏହାଛଡ଼ା, ବିକଳ୍ପ ରାସ୍ତା ନିର୍ମାଣ ଓ ଭଙ୍ଗାରୁଜା ଆବର୍ଜନା ସଫେଇ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ପୂର୍ତ୍ତବିଭାଗ ସଚିବ କିଷନ୍‌ କୁମାର, ବିଏମ୍‌ସି କମିସନର୍‌ ପ୍ରେମ୍‌ ଚନ୍ଦ୍ର ଚୌଧୁରୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ସେଠାରେ ଉପସ୍ଥିତ ଥିଲେ।

odisha 5t secy vk pandian reviews bhubaneswar ekamra khetra project
ଡିସେମ୍ବର ୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଙ୍ଗରାଜ ମନ୍ଦିର ଓ ଏହାର ସନ୍ନିକଟସ୍ଥ ଅଂଚଳ ପରିଦର୍ଶନ କରି ଏକାମ୍ର କ୍ଷେତ୍ର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରିଥିଲେ। ଆଜି ୫-ଟି ସଚିବ ଭି.କେ ପାଣ୍ଡିୟାନ୍ ଏକାମ୍ର କ୍ଷେତ୍ର ବୁଲିଛନ୍ତି

odisha 5t secy vk pandian reviews bhubaneswar ekamra khetra project