ଧାର୍ଯ୍ୟ ସମୟ ଆଗରୁ ସରିଲା ବିଧାନସଭାର ଶୀତ ଅଧିବେଶନ

ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାର ଥିଲା ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ୱର:  କୋଭିଡ୍ କଟକଣା ଭିତରେ ନଭେମ୍ବର ୨୦ ତାରିଖରୁ ଆରମ୍ଭ ହୋଇଥିବା ଶୀତ ଅଧିବେଶନ ମାତ୍ର ୧୦ ଦିନରେ ଶେଷ ହୋଇଛି । ୩୦ ଦିନ ଆଗରୁ ସରିଲା ବିଧାନସଭାର ଶୀତ ଅଧିବେଶନ । ଗତ ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଥିଲା ଓ ତାହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାର ଥିଲା । ଫଳରେ ୩୦ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭା ବନ୍ଦ ହୋଇଯାଇଛି ।ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି । ଫଳରେ ମାତ୍ର ୧୦ ଦିନ ଚାଲିବା ପରେ ନିର୍ଦ୍ଧାରିତ ସମୟ ପୂର୍ବରୁ ବିଧାନସଭାର ଶୀତ ଅଧିବେଶନ ଶେଷ ହୋଇଯାଇଛି ।

odisha assembly winter session 2020 adjourned before time