ରାଜ୍ୟ କ୍ୟାବିନେଟରେ ୧୧ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ନୂଆପଡ଼ାରୁ କଳାହାଣ୍ଡି ଯାଏଁ ବିଜୁ ଏକ୍ସପ୍ରେସ ୱେ ୪ ଲେନ୍ ହେବ, କଟକପଟ୍ଟାପୋଲ ଠାରୁ ମାତୃ ଭବନ ପର୍ଯ୍ୟନ୍ତ ମୁଖ୍ୟ ଡ୍ରେନ ବକ୍ସ କଲଭର୍ଟ ହେବ

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗୁଡ଼ିକ ହୋଇଥିବା ଜଣାଯାଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏଥିରେ ଅର୍ଥ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବ ରହିଛି । ସେହିପରି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଛି ।

ମୁଖ୍ୟ ସଚିବ କହିଛନ୍ତି ଯେ, ୧୧ଟି ପ୍ରସ୍ତାବ ମଧ୍ୟରୁ ୪ଟି ହେଉଛି ବିଜୁ ଏକ୍ସପ୍ରେସ ୱେ ନିର୍ମାଣ ଓ ପ୍ରଶସ୍ତିକରଣ । ପଶ୍ଚିମ ଓଡ଼ିଶାରେ ଗମନାଗମନ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି । ନୂଆପଡ଼ାରୁ କଳାହାଣ୍ଡି ଯାଏଁ ବିଜୁ ଏକ୍ସପ୍ରେସ ୱେ ୪ ଲେନ୍ ହେବ । ୧୭୪ କିଲୋମିଟର ବିଶିଷ୍ଟ ରାସ୍ତାରେ ମୋଟ ୪୪୮ କୋଟି ଟଙ୍କା ଖର୍ଚ୍ଚ ହେବ ।

ରାଜ୍ୟ କ୍ୟାବିନେଟରେ କଟକ ସହରର ମୁଖ୍ୟ ଡ୍ରେନକୁ ବକ୍ସ କଲଭର୍ଟ କରିବାକୁ ନିଷ୍ପତ୍ତି ହୋଇଛି । ପଟ୍ଟାପୋଲ ଠାରୁ ମାତୃ ଭବନ ପର୍ଯ୍ୟନ୍ତ ମୁଖ୍ୟ ଡ୍ରେନ ବକ୍ସ କଲଭର୍ଟ ହେବ । ୨୦୨୨ ସୁଦ୍ଧା ନିର୍ମାଣ କାମ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଏହି ପ୍ରକଳ୍ପରେ ମୋଟ ୪୫୦ କୋଟି ଟଙ୍କା ଖର୍ଚ୍ଚ ହେବ