ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା : ରାଉରକେଲାରେ ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ

ଭୁବନେଶ୍ୱର: ରାଉରକେଲାରେ ତିଆରି ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ। ସମ୍ମାନଜନକ ‘ଏଫ୍‌ଆଇଏଚ୍‌ ଓଡ଼ିଶା ମେନ୍‌ସ୍‌ ହକି ଓ୍ଵାର୍ଲଡ୍‌ କପ୍‌ ୨୦୨୩’ ଏହି ଷ୍ଟାଡିୟମରେ ଆୟୋଜିତ ହେବ ବୋଲି ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ୨୦ ହଜାର ଦର୍ଶକ ବସିବା ପାଇଁ ବ୍ୟବସ୍ଥା ଥିବା ଏହି ଷ୍ଟାଡିୟମ୍‌ ହେବ ଭାରତର ବୃହତ୍ତମ ହକି ଷ୍ଟାଡିୟମ୍‌। ଏହି ଷ୍ଟାଡିୟମରେ ୨୦ ହଜାର ଦର୍ଶକ ବସି ଖେଳ ଦେଖିପାରିବେ। ଏହି ଷ୍ଟାଡିୟମରେ ବହୁ ଆଧୁନିକ ସୁବିଧା ରହିବ ଏବଂ ଅନନ୍ୟ ଅନୁଭୂତି ପ୍ରଦାନ କରିବ ।  ଏହା ହକି କ୍ଷେତ୍ରରେ ବିଶ୍ୱର ସର୍ବୋତ୍ତମ ସ୍ଥାନ ଭାବେ ବିବେଚିତ ହେବ।

ରାଉରକେଲା ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ୧୫ ଏକର ଜମିରେ ଏହି ଷ୍ଟାଡିୟମ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସୁନ୍ଦରଗଡ଼ ଜିଲ୍ଲା ହେଉଛି ହକି ପ୍ରତିଭାର ପାୱାର ହାଉସ୍‌। ଏହି ଜିଲ୍ଲାରୁ ବହୁ ହକି ପ୍ରତିଭା ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର ପ୍ରତିଯୋଗିତାରେ ପ୍ରତିନିଧିତ୍ୱ କରିଛନ୍ତି। ଏଣୁ ରାଉରକେଲାରେ ଅନ୍ତର୍ଜାତୀୟ ସ୍ତରରେ ହକି ଷ୍ଟାଡିୟମ ନିର୍ମାଣ କରାଯିବ।’

ନିକଟରେ ଅନ୍ତର୍ଜାତୀୟ ହକି ଫେଡେରେସନ, ହକି ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ରାଉରକେଲାରେ ହକି ଭିତ୍ତିଭୂମି ଅନୁଧ୍ୟାନ କରିଥିଲେ। ସୁନ୍ଦରଗଡ଼ ଜିଲ୍ଲାର ସବୁ ବ୍ଲକ୍‌ରେ ସିନ୍ଥେଟିକ ଟର୍ଫ ବିଶିଷ୍ଟ ହକି ଷ୍ଟାଡିୟମ ନିର୍ମାଣ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ କହିଛନ୍ତି।

odisha chief minister announces indias largest hockey stadium in rourkela