ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଉପକୃତ ହେବେ ରାଜ୍ୟର ୬୯୪୪ କାର୍ଯ୍ୟରତ୍ତ ସାମ୍ବାଦିକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସାମ୍ବାଦିକଙ୍କୁ କୋଭିଡ୍ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି । ଏହା ଦ୍ୱାରା ୬୯୪୪ ଜଣ ସାମ୍ବାଦିକ ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗର ଫାଇଦା ପାଇବେ ।

ଦୀର୍ଘଦିନ ହେବ ରାଜ୍ୟ ସରକାରଙ୍କୁ ସାମ୍ବାଦିକମାନଙ୍କୁ ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିବାକୁ ପ୍ରସ୍ତାବ ଦିଆଯାଇଥିଲା । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ପରିସ୍ଥିତିରେ ସାମ୍ବାଦିକମାନେ ନିଜର କର୍ତ୍ତବ୍ୟ ସୁଚାର ରୂପେ ସମ୍ପାଦନ କରୁଛନ୍ତି। ଲୋକଙ୍କୁ ସଚେତନ କରୁଛନ୍ତି । କୋଭିଡ୍ ବିରୋଧରେ ଲଢୁଛନ୍ତି ।

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଏହାର ଲାଭ ପାଇବେ । ଏହି ଯୋଜନାରେ ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ଯୋଗାଇ ଦିଆଯାଉଛି । ଏହାସହ ଯଦି କୋଭିଡ୍ ଯୁଦ୍ଧରେ କେହି ପ୍ରାଣ ହରାଇଲେ ତେବେ ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ସହୟତା ରାଶି ପ୍ରଦାନ କରାଯିବ ।

ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସ୍ୱାଗତ କରିଛନ୍ତି । ଏହା ସାମ୍ବାଦିକମାନଙ୍କୁ ବିଶେଷ ଭାବେ ସହାୟକ ହେବ । ସାମ୍ବାଦିକମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ଓ ଦୃଢ଼ ସହଯୋଗ ଥିବା ଟ୍ୱିଟ୍ କରିଛନ୍ତି ମାନସ ମଙ୍ଗରାଜ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟର ସାମ୍ବାଦିକମାନେ ସ୍ୱାଗତ କରିଛନ୍ତି ।

odisha cm announces journalists as front line covid warriors