ଗଞ୍ଜାମ ବସ ଟ୍ରାଜେଡି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ଫା ସହାୟତା ଓ ଆହତଙ୍କୁ ମାଗଣା ଚିକିତ୍ସା

ଭୁବନେଶ୍ବର : ଗଞ୍ଜାମ ବସ ଟ୍ରାଜେଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି । ଏହା ସହ ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ସେହିପରି ଆହାତ ମାନଙ୍କୁ ମାଗଣ ଚିକିତ୍ସା ଯୋଗାଇଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଘଟଣାରେ ୬ ଜଣଙ୍କ ମୃତ ଘଟିଥିବାବେଳେ ୨୫ ଜଣ ଆହତଙ୍କୁ ଏମକେସିଜି ମେଡିକାଲରେ ଚିକିତ୍ସା କରାଯାଉଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦେଇଛନ୍ତି ।