ଭୁବନେଶ୍ବର: ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି ଯେ ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ।
ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ। #ଶୁଭଦୀପାବଳି pic.twitter.com/BPk5NcOYdQ
— Naveen Patnaik (@Naveen_Odisha) November 14, 2020