ବିଏସ୍‌କେୱାଇ କାର୍ଡ ହେଉଛି ବିପଦ ସମୟରେ ପ୍ରକୃତ ବନ୍ଧୁ- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୟୁରଭଞ୍ଜ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ସ୍ୱାସ୍ଥ୍ୟସେବାର ‘ସ୍ମାର୍ଟ’ମହାବିପ୍ଲବରେ ଯୋଡି ହୋଇଛି ମୟୁରଭଞ୍ଜ । ମୟୂରଭଞ୍ଜରେ BSKYର ସ୍ମାର୍ଟ କାର୍ଡ ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ହାତରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ ବାଣ୍ଟିିଛନ୍ତି । ସାରା ଦେଶରେ ପ୍ରଥମ ଥର ପାଇଁ ସ୍ୱାସ୍ଥ୍ୟ ଚିକିତ୍ସା କ୍ଷେତ୍ରରେ ଓଡ଼ିଶା ଆଣିଥିବା ନୂଆ ବିପ୍ଳବରେ ଆଜି ସାମିଲ ହୋଇଛନ୍ତି ମୟୁରଭଞ୍ଜ ଜିଲ୍ଲାର ହିତାଧୀକାରି । ବାରିପଦା ସହିଦ ସ୍ମୃତିଭବନ ପରିସରରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ମୟୂରଭଞ୍ଜ ଜିଲ୍ଲାରେ ୬ଲକ୍ଷ ହିତାଧିକାରୀ ବିଏସକେୱାଇ ସ୍ମାର୍ଟକାର୍ଡର ଲାଭ ପାଇବେ । ସେହିପରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ୨ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ନବୀନ। ୪୦୫ଟି ପ୍ରକଳ୍ପର ଶିଳାନ୍ୟାସ ସହିତ ୧୩୪ଟି ପ୍ରକଳ୍ପ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶାର ଲକ୍ଷ୍ୟ ରଖି ଅଗଷ୍ଟ ୧୫ ତାରିଖରୁ ଏହି ଡିଜିଟାଲ କାର୍ଡର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ବିଜୁ ସ୍ୱାସ୍ଥ୍ୟ କାର୍ଡରେ ମହିଳାମାନେ ୧୦ଲକ୍ଷ ଓ ପୁରୁଷମାନେ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସହାୟତା ପାଇବେ । ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ । ନିଜ ଉଦବୋଧନରେ ନବୀନ କହିଛନ୍ତି, ମୟୂରଭଞ୍ଜ ଆମ ଓଡ଼ିଶାର ଏକ ବଡ଼ ଜିଲ୍ଲା । ମୟୂରଭଞ୍ଜ ଲୋକଙ୍କ ହୃଦୟ ବହୁତ ବଡ଼ । ବିକାଶର ଦିଗରେ ମୟୂରଭଞ୍ଜର ବଡ଼ ଅବଦାନ ରହିଛି । ପୂର୍ବତନ ମହାରାଜା ପୁର୍ଣ୍ଣଚନ୍ଦ୍ର ଭଞ୍ଜଦେଓ ଏବଂ ଶ୍ରୀରାମଚନ୍ଦ୍ର ଭଞ୍ଜଦେବଙ୍କର ରହିଛି ଗୁରୁତ୍ୱପୂର୍ଣ୍ଣ ଭୁମିକା । ବିଏସ୍‌କେୱାଇ କାର୍ଡ ହେଉଛି ବିପଦ ସମୟରେ ପ୍ରକୃତ ବନ୍ଧୁ । ଏହି କାର୍ଡ ଆପଣଙ୍କୁ ଅସୁବିଧା ସମୟରେ ବହୁତ ସାହାଯ୍ୟ କରିବ । ପରିବାରର କେହି ଅସୁସ୍ଥ ହେଲେ ଚିନ୍ତା ବଢ଼ିଯାଏ । ଚିକିତ୍ସା ପାଇଁ କିଏ ଜମି ତ କିଏ ଗହଣା ବିକି ଅର୍ଥ ଯୋଗାଡ଼ କରିଥାନ୍ତି । ଏପରିକି ପିଲାଙ୍କ ପାଠପଢ଼ାରେ ବି ଡୋରି ଲାଗିଯାଏ । ଯାହା ତାଙ୍କୁ ଖୁବ ଦୁଃଖ ଦିଏ । ଏଣିକି ଆଉ କାହାକୁ ଏପରି ଅସୁବିଧା ଭୋଗିବାକୁ ପଡ଼ିବନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

‘ସୁସ୍ଥ ରହିଲେ ପରିବାରର ଉନ୍ନତି, ପରିବାର ଉନ୍ନତିରେ ରାଜ୍ୟର ଉନ୍ନତି’

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେପ୍େଟମ୍ବର ୨୦୨୧ ଓଡିଶାର ସ୍ୱାସ୍ଥ୍ୟ ସେବା ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଛି । ସେପ୍େଟମ୍ବର ପହିଲାରୁ ଓଡିଶାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌?ଥ କାର୍ଡ ଜରିଆରେ ସ୍ୱାସ୍ଥ୍ୟ ସେବା ପ୍ରଦାନ ଆରମ୍ଭ ହୋଇଛି । ଏହି କାର୍ଡଟି ବିପଦ ସମୟର ପ୍ରକୃତ ବନ୍ଧୁ ବୋଲି କହିଥିଲେ । ଏହାଦ୍ୱାରା ଜନସାଧାରଣଙ୍କ ଜୀବନରେ ବଡ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ । ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ôଥକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ ।
ମୟୁରଭଞ୍ଜ ଜିଲ୍ଲାରେ ବିକାଶ କାମକୁ ତ୍ୱରାନ୍ୱିତ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ଜୁଲାଇରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପରେ କେନାଲରୁ ପାଣି ଛଡା ଯାଇଥିବା ବେଳେ, ୯୪ଟି ଗାଁର ୧୫ ହଜାର ହେକ୍ଟର ଜମି ପାଣି ପାଉଛି । ସେହିପରି ମୟୁରଭଂଜର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦେବା ପାଇଁ ୩୨୦୦ କୋଟି ଟଙ୍କାର ମେଗା ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଧାରାକୁ ଆଗେଇ ନେଇ ଆଜି ଆହୁରି ୨୩୦୦ କୋଟି ଟଙ୍କାର ୫୦୦ରୁ ଅଧିକ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ଦିଆଯାଉଛି ବୋଲି ସେ ପ୍ରକାଶ କରିଥିଲେ । ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମୟୁରଭଞ୍ଜ ମାଟିରେ ଜନ୍ମ ନେଇଥିବା ମହାପୁରୁଷ ଓ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ମହାରାଜ ପୂର୍ଣ୍ଣଚନ୍ଦ୍ର ଭଞ୍ଜଦେଓ, ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଅବଦାନକୁ ମନେ ପକାଇବା ସହ ଭାଷା ଓ ଜାତିକୁ ସଶକ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ପଣ୍ଡିତ ରଘୁନାଥ ମୁର୍ମୁ, ଗୁରୁ ରୋହିଦାସ ସିଂ ନାଗ ଓ ଗୁରୁ ଲାକୋ ବଦ୍ରାଙ୍କ ଅବଦାନକୁ ସ୍ମରଣ କରିଥିଲେ । ମୟୁରଭଞ୍ଜର କଳା ଓ ସାହିତ୍ୟର ଉଚ୍ଚପ୍ରଶଂସା କରି ଝୁମର ଗୀତ ଓ ଛଉ ନାଚର ପ୍ରସିଦ୍ଧି ସଂପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇ ରାଜ୍ୟରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ୱ ଯୋଗୁ ଓଡିଶା କରୋନା ସମୟରେ ୧୮ଟି ରାଜ୍ୟକୁ ଅକ୍‌?ସିଜେନ ଯୋଗାଇ ବହୁ ଜୀବନ ରକ୍ଷା କରିପାରିଥିଲା । BSKY Smart Card  ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ