କୋଭିଡ ମୁକାବିଲା ସମୀକ୍ଷା : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ ରହିବ

ଭୁବନେଶ୍ୱର : ପୂଜା ଛୁଟି ଯାଏଁ ସ୍କୁଲ-କଲେଜ ବନ୍ଦ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା ପରେ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେପ୍ଟେମ୍ବର ଏବଂ ଅକ୍ଟୋବର ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ ରହିବ। କରୋନାରେ ସବୁଠାରୁ ଛାତ୍ରଛାତ୍ରୀଙ୍କ ପଠପଢ଼ା ଉପରେ ପ୍ରଭାବ ପଡ଼ିଛି । କିନ୍ତୁ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ପୂଜାଛୁଟି ଯାଏଁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ । କୋଭିଡ଼ ସ୍ଥିତି ସମୀକ୍ଷା ପରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।