ଭୁବନେଶ୍ୱର: କୋରନା ସଂକ୍ରମଣକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ରାଜ୍ୟସରକାର ରାଜ୍ୟବାସୀଙ୍କ ଲାଗି ବ୍ୟାପକ ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରିଛନ୍ତି । ଏଥିସହ ଆଜି ମୁଖ୍ୟମନ୍ତ୍ରୀ ଏକ ଭିଡିଓ ଟୁଇଟ୍ କରି ଜନସାଧାରଣଙ୍କୁ ସଚେତନ କରାଇଛନ୍ତି ।
ସଚେତନ ଓ ସତର୍କ ରହିଲେ ହିଁ ଆମେ କରୋନା ସଂକ୍ରମଣକୁ ପ୍ରତିରୋଧ କରିପାରିବା। ଏହି ସଚେତନଧର୍ମୀ ଭିଡ଼ିଓ ମାଧ୍ୟମରେ ନିଜେ ସଚେତନ ହେବା ସହ ନିଜ ପରିବାର, ବନ୍ଧୁ ତଥା ଅନ୍ୟମାନଙ୍କୁ ମଧ୍ୟ ସଚେତନ କରନ୍ତୁ। #COVID19 #CoronaVirus pic.twitter.com/vbVZ57cCFh
— Naveen Patnaik (@Naveen_Odisha) March 11, 2020
ଏହି ଟୁଇଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ସଚେତନ ଓ ସତର୍କ ରହିଲେ ହିଁ ଆମେ କରୋନା ସଂକ୍ରମଣକୁ ପ୍ରତିରୋଧ କରିପାରିବା । ଏହି ସଚେତନଧର୍ମୀ ଭିଡ଼ିଓ ମାଧ୍ୟମରେ ନିଜେ ସଚେତନ ହେବା ସହ ନିଜ ପରିବାର, ବନ୍ଧୁ ତଥା ଅନ୍ୟମାନଙ୍କୁ ମଧ୍ୟ ସଚେତନ କରନ୍ତୁ ।’ ଭିଡିଓ ମାଧ୍ୟମରେ ନିଜେ ସଚେତନ ହେବା ସହ ନିଜ ପରିବାର ଓ ବନ୍ଧୁବାନ୍ଧବଙ୍କୁ ମଧ୍ୟ ସଚେତନ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି । ଏହା ସହିତ କରୋନା ସମ୍ପର୍କିତ ଅଧିକ ସୂଚନା ଜାଣବାକୁ ଭିଡିଓର ଶେଷରେ ଏକ ହେଲପ ଲାଇନ ନମ୍ବର ମଧ୍ୟ ଜାରି ହୋଇଛି । କରୋନାଙ୍କୁ ନେଇ ଅଧିକ ଭୟଭୀତ ନହୋଇ ସଚେତନ ହେବା ଓ ସଚେତନ କରିବାକୁ ଟୁଇଟ୍ ରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।