ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧,୦୯୫ କରୋନା ଆକ୍ରାନ୍ତ

ମୋଟ ୬ ଲକ୍ଷ ୯୨ ହଜାର ୨୭ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧,୦୯୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୬ ଲକ୍ଷ ୯୨ ହଜାର ୨୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୫୯ଜଣ ରହିଛନ୍ତି ।

 

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ୮୭୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ଲକ୍ଷ ୭୩ ହଜାର ୭୩୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୯୨ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୮୯୯୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଲକ୍ଷ ୮୦ ହଜାର ୯୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୮୩୫୩୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।