ବନ୍ଧାହେଲେ ପ୍ରଦୀପ ପାଣିଗ୍ରାହୀ : ଭାବି ଜ୍ୱାଇଁ ଆକାଶଙ୍କ ସହ ମିଶି ଠକେଇ ଅଭିଯୋଗରେ ପ୍ରଦୀପ ଗିରଫ

ଭୁବନେଶ୍ୱର: ବନ୍ଧାହେଲେ ପ୍ରଦୀପ ପାଣିଗ୍ରାହୀ । ଜେରା ପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି । ଭାବି ଜ୍ୱାଇଁ ଆକାଶ ପାଠକଙ୍କ ସହ ମିଶି ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସରେ ଚାକିରି କରାଇ ଦେବା ନାଁରେ ଠକେଇ କରିଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚ ୨ ଦିନ ଧରି ତନାଘନା କରୁଥିଲା । ଆଜି ସନ୍ଧ୍ୟାରେ କ୍ରାଇମବ୍ରାଞ୍ଚର ସାଇବର ସେଲ୍ ପ୍ରଦୀପଙ୍କୁ ଜେରା ଲାଗି ବାସଭବନରୁ ସାଇବର ଥାନାକୁ ନେଇଥିଲା । ପଚରାଉଚରା ପରେ କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କୁ ଗିରଫ କରିଛି ।
ବେନାମୀ ଅର୍ଥ କାରବାର ମାମଲାରେ କ୍ରାଇମବ୍ରାଞ୍ଚ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଛି । ଆକାଶ ପାଠକଙ୍କ କାରବାରରେ ପ୍ରଦୀପଙ୍କ ସମ୍ପୃକ୍ତି ନେଇ ଅଭିଯୋଗ ହୋଇଥିଲା । ଗିରଫ ପ୍ରଦୀପଙ୍କ ବିରୋଧରେ ଆଇପିସିର ଧାରା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦(ବି) ଲାଗିଛି । ଆଇଟି ଆକ୍ଟ ୨୦୦୦ ସେକ୍ସନ ୬୬ ସି ଓ ୬୬ ଡି ଧାରା ଲାଗିଛି ପ୍ରଦୀପଙ୍କ ବିରୋଧରେ । ଟାଟା ମୋଟର୍ସରେ ଚାକିରି ଲୋଭ ଦେଖାଇ ଭାବି ଜ୍ୱାଇଁଙ୍କ ସହ ମିଶି ପ୍ରଦୀପ ଠକିଥିବା ଅଭିଯୋଗ ହୋଇଥିଲା ।
ସୂଚନାଯୋଗ୍ୟ, ଆଜି ସନ୍ଧ୍ୟାରେ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ) ତାଙ୍କ ସରକାରୀ ବାସଭବନରୁ ଉଠାଇ ନେଇଥିଲା। ଇଓଡବ୍ଲୁର ୮ ଜଣ ଅଧିକାରୀ ତାଙ୍କ ୟୁନିଟ-୬ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରୁ ତାଙ୍କୁ ଉଠାଇ ନେଇ ଜେରା କରିଥିଲେ ବୋଲି ସୂଚନା ରହିଥିଲା । ମୋଟା ଅଙ୍କର ଅର୍ଥ ଠକେଇ ଅଭିଯୋଗରେ କ୍ରାଇମ୍‌ବ୍ରାଞ୍ଚରେ ରୁଜୁ ହୋଇଥିବା ମାମଲା(୨୬/୨୦୨୦)ର ତଦନ୍ତ ପାଇଁ ତାଙ୍କୁ ଜେରା କରାଯାଇଥିଲା।

Odisha crime branch arrested gopalpur mla pradeep panigrahi on tata motors fake job case in akash pathak link