ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଖରା ଛୁଟି ବଢ଼ାଇଲେ ସରକାର

ଭୁବନେଶ୍ୱର: ଆସନ୍ତାକାଲିଠାରୁ ସବୁ ସରକାରୀ ସ୍କୁଲ ଖୋଲିବାର ଥିଲା। ମାତ୍ର ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଖରା ଛୁଟି ବଢ଼ାଇଛନ୍ତି ରାଜ୍ୟ ସରକାର। ଖରାଛୁଟି ଜୁନ୍ ୨୫ ଯାଏଁ ବଢ଼ିଛି। ୨୬ ତାରିଖରେ ସ୍କୁଲ ଖୋଲିବ। ଏନେଇ ସୂଚନା ଦେଇଛନ୍ତି...

ଭୁବନେଶ୍ୱର: ଆସନ୍ତାକାଲିଠାରୁ ସବୁ ସରକାରୀ ସ୍କୁଲ ଖୋଲିବାର ଥିଲା। ମାତ୍ର ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଖରା ଛୁଟି ବଢ଼ାଇଛନ୍ତି ରାଜ୍ୟ ସରକାର। ଖରାଛୁଟି ଜୁନ୍ ୨୫ ଯାଏଁ ବଢ଼ିଛି। ୨୬ ତାରିଖରେ ସ୍କୁଲ ଖୋଲିବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର।

ସୌସୁମୀ ଆସିବାରେ ବିଳମ୍ୱ ହେଉଥିବାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ି ଚାଲିଛି। ଫଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଲୋକେ ଘରୁ ବାହାରି ପାରୁ ନାହାନ୍ତି। ଆଜି ରାଜଧାନୀ ଭୁବନେଶ୍ୱରରେ ପାଗ କାଉଁଳିଆ ଥିଲେ ମଧ୍ୟ ପ୍ରବଳ ଗୁଳୁଗୁଳି ହେଉଛି। ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଏପରିସ୍ଥିତିରେ ଛୋଟପିଲାମାନେ ସ୍କୁଲ ଯିବା ନିରାପଦ ନୁହେଁ। ସେଥିପାଇଁ ରାଜ୍ୟ ସରକାର ଖରା ଛୁଟି ବଢ଼ାଇଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ବାତ୍ୟା ଫୋନି ଯୋଗୁ ଅନେକ ସ୍କୁଲର ଛାତ ଉଡି ଯାଇଛି। କ୍ଷତିଗ୍ରସ୍ତ ହୋଇଥିବା ସ୍କୁଲ ଗୁଡ଼ିକ ମରାମତି ହୋଇପାରି ନାହିଁ। ଯେଉଁଥିପାଇଁ ରାଜ୍ୟ ସରକାର ସ୍କୁଲ ଛୁଟି ବଢ଼ାଇଥିବା ଅନୁମାନ କରାଯାଉଛି।

Spread the love
Categories
ଓଡିଶାବଡ ଖବର

RELATED BY

  • ଇମ୍ଫା ଓ ଏନ୍‌ଆଇଟି ମଧ୍ୟରେ ଚୁକ୍ତି

    ଭୁବନେଶ୍ୱର: ଇଣ୍ଡିଆନ ମେଟାଲ୍ସ ଓ ଫେରୋ ଆଲଏଜ୍ ଲିମିଟେଡ୍ (ଇମ୍ଫା)ର ପ୍ରତିଷ୍ଠାତା ସ୍ୱର୍ଗତ ଡ. ବଂଶୀଧର ପଣ୍ଡାଙ୍କ ସ୍ମୃତିରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍‌ସ୍ ଅଫ୍ ଟେକ୍ନୋଲୋଜି (ଏନ୍‌ଆଇଟି) ରାଉରକେଲାରେ ଏକ ସ୍ୱର୍ଣ୍ଣପଦକ ପ୍ରତିଷ୍ଠା କରିବା ନିମନ୍ତେ ଉଭୟ ଅନୁଷ୍ଠାନ ମଧ୍ୟରେ ଚୁକ୍ତି...
  • ସଞ୍ଜୟ ସାହୁଙ୍କୁ ‘ବେଷ୍ଟ ପିଆର୍‌ଓ’ ପୁରସ୍କାର

    ଭୁବନେଶ୍ୱର : କର୍ପୋରେଟ୍ ଯୋଗାଯୋଗ ଏବଂ ଗଣମାଧ୍ୟମ ସମ୍ପର୍କ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ଦ୍ୱାରା ସଞ୍ଜୟ କୁମାର ସାହୁଙ୍କୁ ‘ବେଷ୍ଟ ପବ୍ଲିକ୍ ରିଲେସନ ଅଫିସର୍‌’ ସମ୍ମାନରେ ସମ୍ମାନିତ କରାଯାଇଛି । ଭବନେଶ୍ୱରରେ ଜାତୀୟ...
  • ୱେବ୍‌ ପୋର୍ଟାଲ ‘ଓଡ଼ିଆ ଫଳକ’ ଲୋକାର୍ପିତ, ନିୟମ ଉଲଂଘନ କଲେ ୨୫ ହଜାର ଟଙ୍କା ଯାଏଁ ଜରିମାନା

    ଭୁବନେଶ୍ୱର: ଓଡ଼ିଶା ସରକାର ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମ ଫଳକ ଲେଖିବାକୁ ଗୁରୁତ୍ୱ ଦେଉଛନ୍ତି। ଏ ନେଇ ମଙ୍ଗଳବାର ଇଏସ୍‌ଆଇ କାର୍ଯ୍ୟାଳୟଠାରେ ଶ୍ରମବିଭାଗର ୱେବ୍‌ ପୋର୍ଟାଲ ‘ଓଡ଼ିଆ ଫଳକ’ ଲୋକାର୍ପିତ ହୋଇଯାଇଛି। ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ...
  • ୨୦୧୯-୨୦ ଖରିଫ ଧାନ ସଂଗ୍ରହ ପାଇଁ ଆଗୁଆ ଟୋକେନ ବ୍ୟବସ୍ଥା

    ଭୁବନେଶ୍ୱର: ଧାନ ସଂଗ୍ରହ ଧାର୍ଯ୍ୟ ଦିବସ ପୁର୍ବରୁ ଚାଷୀମାନଙ୍କୁ ସେମାନଙ୍କ ବିକ୍ରି ଯୋଗ୍ୟ ଧାନ ସହ ସମ୍ପୃକ୍ତ ମଣ୍ଡିରେ ଉପସ୍ଥିତ ରହିବା ପାଇଁ ଏସଏମଏସ୍ ମାଧ୍ୟମରେ ପଞ୍ଜିକୃତ ମୋବାଇଲ ନମ୍ବରକୁ ବାର୍ତା ପ୍ରେରଣ କରାଯାଉଛି । ଅଗ୍ରୀମ ଟୋକେନର ତାଲିକା...