୧୬ ଅଧିକାରୀଙ୍କୁ ବରଖାସ୍ତ କଲେ ସରକାର

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି। ଗୋଟିଏ ମାସରେ ଚାକିରିରୁ ଡିସ୍‌ମିସ୍ ହେଲେଣି ୩୭ ଜଣ ଅଧିକାରୀ। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି କଡ଼ା ଆଭିମୁଖ୍ୟ ସଂପର୍କରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବରଖାସ୍ତ...

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି। ଗୋଟିଏ ମାସରେ ଚାକିରିରୁ ଡିସ୍‌ମିସ୍ ହେଲେଣି ୩୭ ଜଣ ଅଧିକାରୀ। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି କଡ଼ା ଆଭିମୁଖ୍ୟ ସଂପର୍କରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବରଖାସ୍ତ ହୋଇଥିବା ୧୬ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ୫ ଜଣ ପ୍ରଧାନ ଶିକ୍ଷକ, ୪ ଜଣ ଇଞ୍ଜିନିୟର, ୨ ଜଣ ରାଜସ୍ୱ ଅଧିକାରୀ, ଜଣେ ଫାର୍ମାସିଷ୍ଟ, ଜଣେ ଅମୀନ, ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ  ଓ ୨ ଜଣ କିରାଣୀ।

ଦୁର୍ନୀତି ଅଭିଯୋଗରେ ଏମାନଙ୍କୁ ବରଖାସ୍ତ କରାଯାଇଛି। ଏହିସବୁ ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଗତ ୧ ମାସ ମଧ୍ୟରେ ୩୭ ଅଧିକାରୀ ବରଖାସ୍ତ ହୋଇଥିବା ବେଳେ ୬ ଜଣଙ୍କ ପେନ୍‌ସନ ବନ୍ଦ କରିଛନ୍ତି ରାଜ୍ୟ ସରକାର। 

Spread the love
Categories
ଓଡିଶାବଡ ଖବର

RELATED BY

  • ଓଡ଼ିଶାରେ ନକଲି ସାମ୍ପୁ

    ବଲାଙ୍ଗୀର: ଘରେ ଘରେ ପରିଚିତ କ୍ଲିନିକ ପ୍ଲସ ସାମ୍ପୁର ନକଲି ଏବେ ବଜାରରେ ଦେଖିବାକୁ ମିଳିଛି | କିଛି ଏଭଳି ଅଭିଯୋଗ ବଲାଙ୍ଗୀରର କଣ୍ଟାବାଞ୍ଜିରୁ ଆସିଛି | ବଜାରରେ ପ୍ୟାକେଟ୍ ପ୍ୟାକେଟ୍ ନକଲି ସାମ୍ପୁ ବିକ୍ରି ହେଉଥିବାବେଳେ ଏବେ ଏହାର...
  • ମଙ୍ଗୁମଠକୁ ନ ଭାଙ୍ଗିବାକୁ ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

    ପୁରୀ:ପୁରୀର ବହୁ ପୁରାତନ ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ନବୀନଙ୍କୁ ଏକ ଟ୍ୱିଟ୍‌ କରି କ୍ୟାପଟେନ ଅମରିନ୍ଦର ସିଂହ କହିଛନ୍ତି ଯେ, ଏହି ମଠ ଗୁରୁ ନାନକଙ୍କ...
  • ଗୋଦାବରୀ ନଦୀରେ ଲଞ୍ଚ୍ ବୁଡି ୨୩ ନିଖୋଜ

    ଦେବୀପଟ୍ଟନମ :ଆନ୍ଧ୍ରପ୍ରଦେଶ ଗୋଦାବରୀ ନଦୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଲଞ୍ଚ୍ ବୁଡି ୨୩ ଜଣ ଯାତ୍ରୀ ନିଖୋଜ ଥିବା ସୂଚନା ମିଳିଛି। ପୋଲିସ ଓ ଉଦ୍ଧାରକାରୀ ଟିମ୍ ଦ୍ଵାରା ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆନ୍ଧ୍ରପ୍ରଦେଶର...
  • ନନ୍ଦନକାନନରେ ଅସୁସ୍ଥ ଦନ୍ତାହାତୀ ଚନ୍ଦନ ମୃତ

    ବାରଙ୍ଗ: ଶନିବାର ରାତିରେ ସ୍ଥାନୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀଶାଳରେ ରହୁଥିବା ଅସୁସ୍ଥ ଦନ୍ତାହାତୀ ଚନ୍ଦନର ମୃତ୍ୟୁ ଘଟିଛି । ଅସୁସ୍ଥ ହୋଇପଡ଼ିଥିବା ଚନ୍ଦନକୁ ଆସାମ ଷ୍ଟେଟ୍‌ ଓ ସେଣ୍ଟର୍‌ ଫର୍‌ ଓ୍ଵାଇଲ୍‌ଡ୍‌ ଲାଇଫ୍‌ ହେଲ୍‌ଥ୍‌ ଓଡ଼ିଶାର ପ୍ରବୀଣ ପଶୁଚିକିତ୍ସକମାନଙ୍କ...