ଓଡ଼ିଶାବାସୀଙ୍କୁ ମାଗଣାରେ ଜାତୀୟ ପତାକା ଯୋଗାଇଦେବେ ରାଜ୍ୟ ସରକାର

୩୦ ଲକ୍ଷ ତ୍ରିରଙ୍ଗା ବାଣ୍ଟିବେ  ମିଶନ ଶକ୍ତି ଗୋଷ୍ଠୀର ମା' 

ଭୁବନେଶ୍ୱର : ସାରା ଦେଶ ଚଳିତ ବର୍ଷ ସ୍ୱାଧୀନତା ର ଅମୃତ ମହୋତ୍ସବ ପାଳନ କରିବାକୁ ଯାଉଛି  । ଏଥିପାଇଁ ଦେଶ ବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖା ଦେଇଛି ।ସରକାରୀ ଓ଼ ବେସରକାରୀ ସ୍ତରରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି । ସ୍ୱାଧୀନତା ର 75ତମ ପୂର୍ତ୍ତି ଉତ୍ସବ ଅବସରରେ ଓଡିଶା ବାସୀଙ୍କୁ ମାଗଣାରେ ଜାତୀୟ ପତାକା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟ ର ମିଶନ ଶକ୍ତିର ମା ମାନଂକୁ ଜାତୀୟ ପତାକା ତିଆରି ଓ଼ ବଣ୍ଟନ ଦାୟିତ୍ୱ ଦିଆଯାଇଛି ।
ସୂଚନା ଯୋଗ୍ୟ ଯେ ମିଶନ ଶକ୍ତିର ମା ମାନେ ତିରିଶ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କରିଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ସେମାନଙ୍କୁ ଅନୁଦାନ ଯୋଗାଇ ଦେଇଛନ୍ତି ।

odisha government distribute national flag to people in free of cost