ଦେଶରେ ପ୍ରଥମ : ରାଜ୍ୟ ସରକାରଙ୍କ ପକ୍ଷରୁ ନବଦମ୍ପତିଙ୍କୁ ମିଳିବ ସରକାରୀ ଉପହାର

ସ୍ୱାସ୍ଥ୍ୟ ବିଭାଗର ଏନଆରଏଚଏମ୍ ତରଫରୁ ଦିଆଯିବ ‘ନବଦମ୍ପତି ଗିଫ୍ଟ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ନବଦମ୍ପତିଙ୍କୁ ମିଳିବ ସରକାରୀ ଉପହାର । ଦେଶରେ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସରକାର ଏହି ବ୍ୟବସ୍ଥା ଆରମ୍ଭ କରୁଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଏନଆରଏଚଏମ୍ ତରଫରୁ ଦିଆଯିବ ‘ନବଦମ୍ପତି ଗିଫ୍ଟ’ । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ଓ ଏନଆରଏଚଏମ୍ ନିର୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି । ନୂଆ ବିବାହ କରିଥିବା ସ୍ୱାମୀ-ସ୍ତ୍ରୀଙ୍କୁ ତାଙ୍କ ଅଞ୍ଚଳରେ ଥିବା ଆଶାକର୍ମୀ ଏହି ଉପହାର ପ୍ରଦାନ କରିବେ ।

ନବଦମ୍ପତିମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ବିବାହ ଉପହାର ଯୋଜନା ଆରମ୍ଭ କରାଯାଉଛି । ନବଦମ୍ପତିମାନେ ବିଳମ୍ବରେ ପ୍ରଥମ ସନ୍ତାନ ଓ ଦ୍ୱିତୀୟ ସନ୍ତାନ ଲାଗି ଅତିକମରେ ୩ ବର୍ଷର ବ୍ୟବଧାନ ରଖନ୍ତୁ । ଏହାକୁ ଆଖି ଆଗରେ ରଖି ଏହି ଗିଫ୍ଟରେ କିଛି ପରିବାର କଲ୍ୟାଣ ପୁସ୍ତିକା, ନେଲ କଟର, ଆଇନା, ପାନିଆ, ଟିକିଲି, ରୁମାଲ, ତଉଲିଆ, କଣ୍ଡୋମ, ଓରାଲ କଣ୍ଟ୍ରାସେପଟିକ ପିଲସ, ପ୍ରେଗନାନ୍ସି ଟେଷ୍ଟିଂ କିଟ୍‌‌, ଏମରଜେନ୍ସି କଣ୍ଟ୍ରାସେପ୍ଟିକ ପିଲସ ଓ ବିବାହ ପଞ୍ଜୀକରଣ ଫର୍ମ ଇତ୍ୟାଦି ନବଦମ୍ପତିମାନଙ୍କୁ ପ୍ରଦାନ କରାଯିବ ।

ଏହା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କେତେକ ପୁସ୍ତିକା ମଧ୍ୟ ଏହି କିଟରେ ରହିବ । ନବଦମ୍ପତିଙ୍କ ପାଇଁ ଏହି ଯୋଜନା ଚଳିତ ବର୍ଷ ବିବାହ ଋତୁ ତଥା ସେପ୍େଟମ୍ବର ମାସରୁ ଲାଗୁ କରାଯିବ । ପ୍ରଥମ ରାଜ୍ୟ ଭାବେ ଓଡିଶା ଦେବାକୁ ଯାଉଛି ନବଦମ୍ପତିଙ୍କୁ ଏଭଳି ବିବାହ ଗିଫ୍ଟ । ଏହି ଯୋଜନା ଉଭୟ ସହର ଓ ଗ୍ରାମାଞ୍ଚରେ କାର୍ଯ୍ୟକାରୀ ହେବ । ଏନଆରଏଚଏମ୍ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏହି ସୂଚନା ଦେଇଛନ୍ତି । ଦେଶରେ ପ୍ରଥମ ରାଜ୍ୟ ଓଡ଼ିଶା ସରକାର ଏହି ବ୍ୟବସ୍ଥା

odisha government gift for newly marred couple

#wedding_gift