୨୪ ଘଂଟା ମଧ୍ୟରେ ଭିଜିବ ଦକ୍ଷିଣ ଓଡ଼ିଶା

ଭୁବନେଶ୍ୱର: ଆସନ୍ତା ୨୪ ଘଂଟା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଦକ୍ଷିଣ ଓଡ଼ିଶାର ୯ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଦକ୍ଷିଣ ଓଡ଼ିଶାର ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ରାୟଗଡ଼ା, କନ୍ଧମାଳ,ନୟାଗଡ଼, କୋରାପୁଟ, କଳାହାଣ୍ଡି ଓ ନୂଆପଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏହା ସହ ଘନ କୁହୁଡ଼ି ନେଇ ତିନୋଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ ଓ ଅନୁଗୁଳକୁ ଘନକୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।