ଜିଆଇ ମାନ୍ୟତା ପାଇଲା ‘ଓଡ଼ିଶା ରସଗୋଲା’

ଚେନ୍ନାଇ:  ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିଛି। ଆଜି ଏ ନେଇ ଜିଆଇ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୧୮ ଅଗଷ୍ଟ ୧୭ ତାରିଖରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ପକ୍ଷରୁ ଚେନ୍ନାଇ ସ୍ଥିତ ଜିଆଇ କାର୍ଯ୍ୟାଳୟରେ ‘ଓଡ଼ିଶା ରସଗୋଲା’କୁ ଜିଆଇ ମାନ୍ୟତା ଦାବି ନେଇ ନଥିପତ୍ର ଦାଖଲ ହୋଇଥିଲା।