ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମ୍‌ଡେସିଭିର୍

ଭୁବନେଶ୍ୱର : ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମ୍‌ଡେସିଭିର୍ ।ଏନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ଉକ୍ତ ଔଷଧ ହସ୍ପିଟାଲରେ ଗୁରୁତର ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର କରାଯାଇପାରିବ ।

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ହୋଇ ବଢିଚାଲିଛି । ଏମିତି ଏକ ମୂହୂର୍ତ୍ତରେ ରାଜ୍ୟବାସୀଙ୍କ ପାଇଁ ଆସିଛି ଏକ ଖୁସି ଖବର ।ରାଜ୍ୟରେ ଆଜି ଆଉ ୨୪୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ରାଜ୍ୟର ୧୯ଟି ଜିଲ୍ଲାରୁ ୨୪୫ ଜଣ ଚିହ୍ନଟ ହୋଇଛନ୍ତି । ଉକ୍ତ ୨୪୫ ଜଣଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଓ ୩୧ ଜଣ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଆଜି ସକାଳ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୪୭୪୩ ଜଣ ସୁସ୍ଥ ହୋଇଛନ୍ତି । ୨୦୮୬ ଜଣ ରାଜ୍ୟର ବିଭିନ୍ନ କୋଭିଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଆଜି ରାଜ୍ୟରେ କରୋନାରେ ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି । ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ଏନେଇ  ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ତରଫରୁ ସୂଚନା ମିଳିଛି ।