ମହାମାରୀ କରୋନାକୁ ନେଇ ଆସିଲା ଆଶ୍ୱସ୍ତକର ଖବର। ପୁଣି ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି। ସୁସ୍ଥ ହୋଇଥିବା ୩ ଜଣ ଭୁବନେଶ୍ୱରର ବୋଲି ସୂଚନା ମିଳିଛି। ତେବେ ଏହାରି ଭିତରେ ଆଉ ଜଣେ ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି।
ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି। ତେବେ ଏଯାଏଁ ୨୪ ଜଣ ଭଲ ହୋଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଂଚିଛି।
ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ମୋଟ ୨୪ ଜଣ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।
ଆଜିର ଗୋଟିଏ ନୂଆ ପଜିଟିଭକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ରେ ପହଞ୍ଚିଛି।
ନୂତନ ପଜିଟିଭ ଆକ୍ରାନ୍ତଙ୍କ ତଥ୍ୟ ପ୍ରଦାନ କରାଯିବ। https://t.co/ebe2n8Tm4q
— I & PR Department, Odisha (@IPR_Odisha) April 18, 2020
ମିଳିଥିବା ସୂଚନା ଅନୁଯାୟୀ ଗତକାଲି ମଧ୍ୟରାତ୍ର ସୁଦ୍ଧା ୮ ହଜାର ୬୧୯ ନମୁନା ପରୀକ୍ଷାର ରିପୋର୍ଟ ମିଳିଛି ।